Accident
ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍। ଏଥିରେ ୧୫ ଜଣ ଆହତ ହୋଇଛନ୍ତି। କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ଅନ୍ତର୍ଗତ ତରମାକାନ୍ତ-ତେନ୍ତୁଳିଖୁଣ୍ଟି ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ସମସ୍ତ ଆହତଙ୍କୁ ବାଂଶପାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ଆଜି ଦିନ ପ୍ରାୟ ୧୦ଟା ସମୟରେ ବାଂଶପାଳ ବ୍ଲକ ଫୁଲଝରରୁ ‘ରାଧାମାଧବ’ ନାମକ ଯାତ୍ରୀବାହୀ ବସଟି ଯାତ୍ରୀମାନଙ୍କୁ ନେଇ ପାଲଲହଡ଼ା ଅଭିମୁଖେ ଯାଉଥିଲା। ତରମାକାନ୍ତ-ତେନ୍ତୁଳିଖୁଣ୍ଟି ରାସ୍ତାରେ ବସ୍ଟି ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ପୁଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବାଂଶପାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା। ୨ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କେନ୍ଦୁଝର ସ୍ଥାନାନ୍ତର କରାଯାଇଛି।
ବସ୍ରେ ୩୫ ଜଣ ଯାତ୍ରୀ ଥିଲେ। ପୁଲିସ ବସ୍କୁ ଜବତ କରି ଘଟଣାର ତଦନ୍ତ କରୁଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Accident_1709021524.jpg)