Advertisment

ଘାଟିରେ ଓଲଟିଲା ବସ୍, ୧୮ ଆହତ

୧୮ ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।

ଅଦ୍ୟତନ ହୋଇଛି
Bus Accident

Bus Accident

Advertisment

ଏକ ବସ୍ ଓଲଟି ପଡ଼ିବାରୁ ୧୮ ଜଣ ଯାତ୍ରୀ ଆହତ ହୋଇଛନ୍ତି। କେନ୍ଦୁଝର ଜିଲ୍ଲାରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ତେଲକୋଇ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

Advertisment

ମା’ ନାମକ ଏହି ବେସରକାରୀ ବସ୍ କେନ୍ଦୁଝରରୁ ତେଲକୋଇ ଦେଇ ରାଉରକେଲା ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି କାଞ୍ଜିପାଣି ଘାଟି ଓହ୍ଲାଇବା ସମୟରେ କୁସୁମ ଘାଟି ପରେ ଥିବା ବୁଲାଣିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।

୧୮ ଆହତଙ୍କ ମଧ୍ୟରୁ ୧୬ ଜଣଙ୍କୁ ତେଲକୋଇ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଅନ୍ୟ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବା ବେଳେ ସେମାନଙ୍କୁ କେନ୍ଦୁଝର ସ୍ଥାନାନ୍ତର କରାଯାଇଛି।

Advertisment

ଜଣେ ଯାତ୍ରୀଙ୍କ କହିବା ଅନୁଯାୟୀ ବ୍ରେକ୍‌ ଧରୁନି ବୋଲି ଡ୍ରାଇଭର କହିଥିଲେ। ତା’ ପରେ ବସ୍ ଓଲଟି ପଡ଼ିଥିଲା।

Accident Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe