ଆନ୍ଧ୍ରପ୍ରଦେଶର ଅନାକାପଲ୍ଲେ ଜିଲ୍ଲାରେ ଥିବା ଏକ ଔଷଧ ତିଆରି କମ୍ପାନୀରେ ବିସ୍ଫୋରଣ ଘଟିଛି। ଏଥିରେ ୧୮ ଜଣ ଲୋକ ଗୁରୁତର ଭାବେ ଆହତ ହୋଇଛନ୍ତି। ସମସ୍ତଙ୍କୁ ଏନଟିଆର ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁସାରେ ଆଜି ମଧ୍ୟାହ୍ନ ଆନ୍ଧ୍ରପ୍ରଦେଶ ଅଚ୍ୟୁତପୁରମ ସ୍ପେଶାଲ ଇକୋନୋମିକ ଜୋନରେ ଥିବା ଏସେନ୍ସିଆ ଫାର୍ମା କମ୍ପାନୀରେ ଏହି ବିସ୍ଫୋରଣ ଘଟିଛି। କମ୍ପାନୀରେ ଥିବା ଏକ ରିଆକ୍ଟର ବିସ୍ଫୋରଣ ଘଟିବାରୁ ୧୮ ଜଣ କର୍ମଚାରୀ ଆହତ ହୋଇଛନ୍ତି।
ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିଥିଲେ। ସେମାନଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ସମସ୍ତଙ୍କୁ ଏନଟିଆର ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଜିଲ୍ଲାପାଳ ଏବଂ ପୁଲିସ ଅଧୀକ୍ଷକ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ଅନୁଧ୍ୟାନ କରିଛନ୍ତି। ଖବର ଲେଖା ହେବା ସୁଦ୍ଧା କ୍ଷୟକ୍ଷତି ବାବଦରେ କୌଣସି ସୂଚନା ଦିଆଯାଇ ନଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।