Advertisment

ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ; ରେଳ ଚଳାଚଳ ପ୍ରଭାବିତ

ମାଲବାହୀ ଟ୍ରେନଟି ଜିନ୍ଦଲ ଷ୍ଟିଲକୁ କଞ୍ଚାମାଲ ନେଇ ଯାଉଥିବା ବେଳେ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି।

Train  derail

Train derail

Advertisment

ଭୁବନେଶ୍ୱରରେ ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଭୁବନେଶ୍ୱର ରେଳ ଷ୍ଟେସନ ଅତିକ୍ରମ ପରେ ଟ୍ରେନଟି ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। ଟ୍ରେନଟି ଲାଇନଚ୍ୟୁତ ହେବା ଯୋଗୁ କୌଣସି କ୍ଷୟକ୍ଷତି ହୋଇନଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଆଜି ସକାଳେ ପ୍ରାୟ ୮ଟା ୪୦ ସମୟରେ ଏକ ମାଲବାହୀ ଟ୍ରେନଟି ଡାଉନ ଲାଇନ ଦେଇ କଟକ ଅଭିମୁଖେ ଯାଉଥିଲା। ବାଣୀବିହାର ଓ ମାଷ୍ଟରକ୍ୟାଣ୍ଟିନ ଷ୍ଟେସନ ମଝିରେ ଟ୍ରେନଟି ଲାଇନଚ୍ୟୁତ ହୋଇଥିଲା। ଟ୍ରେନର ଗୋଟିଏ ବଗି ଟ୍ରାକରୁ ଖସି ଯାଇଥିଲା। ଫଳରେ ସେହି ରୁଟ୍‌ରେ ଟ୍ରେନ ଚଳାଚଳା ପ୍ରଭାବିତ ହୋଇଛି। ରେଲୱେ ବିଭାଗର କର୍ମଚାରୀ ପହଞ୍ଚି ଟ୍ରାକ ମରାମତି କରୁଥିବା ଜଣାଯାଇଛି।

ମାଲବାହୀ ଟ୍ରେନଟି ଜିନ୍ଦଲ ଷ୍ଟିଲକୁ କଞ୍ଚାମାଲ ନେଇ ଯାଉଥିବା ବେଳେ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି।

Advertisment
Train Accident Bhubaneswar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe