Advertisment

ଓଲଟିଲା ପିକ୍‌ଅପ୍‌ ଭ୍ୟାନ୍;୨ଦଣ୍ଡୁଆ ମୃତ, ୧୭ ଆହତ

ଆଜି ଭୋରରୁ ୨ଟି ପିକଅପ୍ ଭ୍ୟାନରେ ଦଣ୍ଡୁଆମାନେ ବ୍ରହ୍ମପୁରରୁ କ୍ଷେତ୍ରି ବରମ୍ପୁର ଅଭିମୁଖେ ଯାଉଥିଲେ।

ଅଦ୍ୟତନ ହୋଇଛି
Roadaccident

Roadaccident

Advertisment

ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ସୋମପୁର ଛକରେ ଆଜି ଭୋରରୁ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦଣ୍ଡୁଆଙ୍କୁ ନେଇ ଯାଉଥିବା ପିକଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ଡିଭାଇଡରରେ ପିଟିହୋଇ ରାସ୍ତାକଡ଼କୁ ଓଲଟି ପଡ଼ିବାର ୨ଜଣ ଦଣ୍ଡୁଆଙ୍କର ମୃତ୍ୟୁ ହୋଇଥିବା ବେଳେ ୧୭ ଜଣ ଆହତ ହୋଇଛନ୍ତି।

Advertisment

ଆହତମାନଙ୍କ ମଧ୍ୟରୁ ୧୦ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ଦ୍ୱୟ ମଧ୍ୟରୁ ଜଣେ କଳିଆଘୋଡାର ସନିଆ ନାୟକ ହୋଇଥିବା ବେଳେ ଅନ୍ୟ ଜଣଙ୍କର ପରିଚୟ ମଳିନାହିଁ।

ଆଜି ଭୋରରୁ ୨ଟି ପିକଅପ୍ ଭ୍ୟାନରେ ଦଣ୍ଡୁଆମାନେ ବ୍ରହ୍ମପୁରରୁ କ୍ଷେତ୍ରି ବରମ୍ପୁର ଅଭିମୁଖେ ଯାଉଥିଲେ। ସୋମପୁର ଛକରେ ଏକ ପିକ୍‌ଅପ୍‌ ଭ୍ୟାନ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୭ ଜଣ ଆହତ ହୋଇଛନ୍ତି। ୧୦ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାଗ୍ରସ୍ତ ପିକ୍‌ଅପ୍‌ ଭ୍ୟାନରେ ୨୨ଜଣ ଦଣ୍ଡୁଆ ଥିଲେ। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। 

Advertisment
Ganjam Roadaccident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe