ବାଲେଶ୍ୱର ସଦର ଥାନା ଗୁଜୁରି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ଟି ଭାରସାମ୍ୟ ହରାଇ କଲଭର୍ଟରେ ପିଟି ହେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ମୃତକମାନେ ହେଲେ କାସିମାବାଦର ବାପି ମୁର୍ମୁ ଓ ବିକାଶ ମୁର୍ମୁ। ଆହତମାନେ ହେଲେ କରଞ୍ଜିଆର ଅନନ୍ତ ମାଝୀ ଓ ବଡ଼ ସିନ୍ଧିଆର ରାମ ମାଝୀ।
ଏକ ବାଇକ୍ରେ ୪ ଜଣ ଯିବା ବେଳେ ଗାଡ଼ିଟି ଭାରସାମ୍ୟ ହରାଇ କଲଭର୍ଟରେ ପିଟି ହୋଇଯାଇଥିଲା। ବାଇକ ଆରୋହୀମାନେ ତଳେ ଛିଟିକି ପଡ଼ିଯାଇଥିଲେ। ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଥିଲେ। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।
ଅନ୍ୟପକ୍ଷରେ ମୃତକଙ୍କ ବ୍ୟାଗରୁ କଟୁରି, ଭୁଜାଲି ଜବତ କରାଯାଇଛି। ଯାହାକୁ ନେଇ ପୁଲିସର ସନ୍ଦେହ ବଢ଼ିଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।