ଭଦ୍ରକ ଜିଲ୍ଲା ରାଣୀତାଲ ଛକ ନିକଟରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍ ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଗତ
ଗତକାଲି ବିଳମ୍ବିତ ରାତିରେ ପଶ୍ଚିମବଙ୍ଗରୁ ୪ଜଣ ବ୍ୟକ୍ତି କାର୍ ଯୋଗ ଭୁବନେଶ୍ୱର ଆସୁଥିଲେ। ଏହି ସମୟରେ କାରଟି ରାଣୀତାଲ ଛକ ନିକଟରେ ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇଥିଲା।
Also Read
ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ୟ ଘଟିଥିବାବେଳେ ୨ଜଣ ଗୁରୁତର ଆହତ ହୋଇଥିଲେ। ୨ଆହତଙ୍କୁ ପ୍ରଥମେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପୁଲିସ ଦୁର୍ଘଟଣାଗ୍ରସ୍ତ କାର୍କୁ ଜବତ କରି ଘଟଣାର ତଦନ୍ତ କରୁଛି। ଡ୍ରାଇଭରର ଆଖି ଲାଗିଯିବା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।