Advertisment

ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଲା କାର୍; ୨ ମୃତ, ୨ ଗୁରୁତର

ପୁଲିସ ଦୁର୍ଘଟଣାଗ୍ରସ୍ତ କାର୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Road accident

Road accident

ଭଦ୍ରକ ଜିଲ୍ଲା ରାଣୀତାଲ ଛକ ନିକଟରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍ ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଗତ

Advertisment

ଗତକାଲି ବିଳମ୍ବିତ ରାତିରେ ପଶ୍ଚିମବଙ୍ଗରୁ ୪ଜଣ ବ୍ୟକ୍ତି କାର୍‌ ଯୋଗ ଭୁବନେଶ୍ୱର ଆସୁଥିଲେ। ଏହି ସମୟରେ କାରଟି ରାଣୀତାଲ ଛକ ନିକଟରେ ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇଥିଲା।

ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ୟ ଘଟିଥିବାବେଳେ ୨ଜଣ ଗୁରୁତର ଆହତ ହୋଇଥିଲେ। ୨ଆହତଙ୍କୁ ପ୍ରଥମେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପୁଲିସ ଦୁର୍ଘଟଣାଗ୍ରସ୍ତ କାର୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି। ଡ୍ରାଇଭରର ଆଖି ଲାଗିଯିବା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି। 

Advertisment
Bhadrak Roadaccident