Advertisment

ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍; ୨ ମୃତ,୭ ଗୁରୁତର

ଆଜି ସକାଳେ ଯାତ୍ରୀବାହୀ ବସଟି ପଶ୍ଚିମବଙ୍ଗରୁ ପର୍ଯ୍ୟଟକଙ୍କୁ ନେଇ ପୁରୀ ଅଭିମୁଖେ ଆସୁଥିଲା।

author-image
Tapaswini Nayak
ଅଦ୍ୟତନ ହୋଇଛି
Accident

Accident

ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍। ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ କଡ଼େଇ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି।

Advertisment

ମୃତକ ବସ୍‌ ଡ୍ରାଇଭର ଓ କଣ୍ଡକ୍ଟର ହୋଇଥିବା ଜଣାଯାଇଛି। ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ବସଟି ପଶ୍ଚିମବଙ୍ଗରୁ ପର୍ଯ୍ୟଟକଙ୍କୁ ନେଇ ପୁରୀ ଅଭିମୁଖେ ଆସୁଥିଲା। ଏହି ସମୟରେ କଡ଼େଇ ଛକ ନିକଟରେ ବସ୍‌ଟି ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି।

Advertisment

ଆହତଙ୍କୁ ପ୍ରଥମେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ କଟକ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାରେ ବସର ସମ୍ମୁଖ ଅଂଶଟି ଭାଙ୍ଗି ଯାଇଛି। 

Jajpur Road Accident