Advertisment

ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍; ୨ ମୃତ,୭ ଗୁରୁତର

ଆଜି ସକାଳେ ଯାତ୍ରୀବାହୀ ବସଟି ପଶ୍ଚିମବଙ୍ଗରୁ ପର୍ଯ୍ୟଟକଙ୍କୁ ନେଇ ପୁରୀ ଅଭିମୁଖେ ଆସୁଥିଲା।

ଅଦ୍ୟତନ ହୋଇଛି
Accident

Accident

Advertisment

ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍। ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ କଡ଼େଇ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି।

Advertisment

ମୃତକ ବସ୍‌ ଡ୍ରାଇଭର ଓ କଣ୍ଡକ୍ଟର ହୋଇଥିବା ଜଣାଯାଇଛି। ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ବସଟି ପଶ୍ଚିମବଙ୍ଗରୁ ପର୍ଯ୍ୟଟକଙ୍କୁ ନେଇ ପୁରୀ ଅଭିମୁଖେ ଆସୁଥିଲା। ଏହି ସମୟରେ କଡ଼େଇ ଛକ ନିକଟରେ ବସ୍‌ଟି ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି।

Advertisment

ଆହତଙ୍କୁ ପ୍ରଥମେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ କଟକ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାରେ ବସର ସମ୍ମୁଖ ଅଂଶଟି ଭାଙ୍ଗି ଯାଇଛି। 

Road Accident Jajpur
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe