Advertisment

ଟ୍ରକ୍-ବୋଲେରୋ ମୁହାଁମୁହିଁ ଧକ୍କା; ୨ ମୃତ, ୨ ଆହତ

ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଥିଲା।

Road Accident

Road Accident

Advertisment

ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା- ଭାଲୁମୁଣ୍ଡା ରାସ୍ତାର ଫୁଗୁଡା ଛକରେ ଆଜି ସକାଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଟ୍ରକ୍- ବୋଲେରୋ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଦ୍ୱୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଆଜି ସକାଳେ ଟ୍ରକଟି ରାୟପୁରରୁ ବଙ୍ଗୋମୁଣ୍ଡା ଅଭିମୁଖେ ଯାଉଥିଲା। ଏହି ସମୟରେ ବରଗଡ଼ ଜିଲ୍ଲା ଗାଇସିଲେଟ ଗାଁରୁ ଏକ ବୋଲେରୋରେ ଚାରି ଜଣ ନୂଆପଡ଼ା ଜିଲ୍ଲା ସିନାପାଲି ଆସୁଥିଲେ। ଫୁଗୁଡା ଛକରେ ଟ୍ରକ୍- ବୋଲେରୋ ମୁହାଁମୁହିଁ ଧକ୍କା ହୋଇଥିଲା। ପରେ ବୋଲେରୋଟି ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ବୋଲେରୋରେ ଥିବା ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଥିଲେ। ଅଗ୍ନିଶମ ବାହିନୀ ଓ ପୁଲିସ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଥିଲା। ବୋଲେରୋଟି ସମ୍ପୂର୍ଣ୍ଣ ଭାଙ୍ଗିରୁଜି ନଷ୍ଟ ହୋଇଥିଲା। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Roadaccident Bolangiri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe