Advertisment

ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଗଲା ଅଜଣା ଗାଡ଼ି; ୨ ମୃତ, ଜଣେ ଆହତ

ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Road Accident

Road Accident

ନୂଆପଡ଼ା ଜିଲ୍ଲା ୩୫୩ ଜାତୀୟ ରାଜପଥ ବଡ ମହେଶ୍ୱର ଛକଠାରେ ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଅଜଣାଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।

Advertisment

ମୃତକ ମାନେ ହେଲେ ବରପଦର୍ ଗାଁର ଗୁଡୁ ଗଉଡ(୨୫) ଓ ମାରୁତି ବେହେରା(୨୪)। ଆହତଙ୍କୁ ଖଡ଼ିଆଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସମସ୍ତ ମୃତାହତ ବରପଦର ଗାଁର ହୋଇଥିବା ସୂଚନା ମିଳିଛି।

ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଆଜି ସକାଳେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି।  ଏହାସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି। ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି ଓ ଘଟଣାର ତଦନ୍ତ କରୁଛି।

Advertisment
Roadaccident Nuapada