Advertisment

ଟ୍ରକ୍‌ ଓ ବାଇକ୍‌ ମୁହାଁମୁହିଁ ଧକ୍କା, ୨ମୃତ

ଗତକାଲି ବିଳମ୍ବିତ ରାତିରେ ଦୁଇ ଜଣ ଯୁବକ ବାଇକ୍‌ରେ ଭଦ୍ରକରୁ କାମ ସାରି ଘରକୁ ଫେରୁଥିଲେ।

author-image
Tapaswini Nayak
Road accident

Road accident

ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ତଳନଗରରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବାରୁ ୨ଜଣ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ସୋର ଥାନା ମାଣତ୍ରୀ ଗାଁର। ଅନ୍ୟ ଜଣଙ୍କର ପରିଚୟ ମିଳିନାହିଁ। ତାଙ୍କ ମୁଣ୍ଡ ଉପରେ ଟ୍ରକ୍‌ ଚଢ଼ିଯାଇଥିବାରୁ ପରିଚୟ ଅସ୍ପଷ୍ଟ ରହିଛି।

Advertisment

ଗତକାଲି ରାତି ୨ଟା ସମୟରେ ଦୁଇ ଜଣ ଯୁବକ ବାଇକ୍‌ରେ ଭଦ୍ରକରୁ କାମ ସାରି ଘରକୁ ଫେରୁଥିଲେ। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଦୁଇ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଥିଲା।

ସ୍ଥାନୀୟ ଲୋକେ ଦୁର୍ଘଟଣା ବିଷୟରେ ପୁଲିସକୁ ଅବଗତ କରିଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

Advertisment

ଦୁର୍ଘଟଣା ପରେ ଟ୍ରକ୍‌ ଡ୍ରାଇଭର ଗାଡ଼ି ନେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛି।

Odisha Police Road Accident