Advertisment

ଟ୍ରକକୁ ପଛରୁ ପିଟିଲା ବାଇକ୍; ୨ମୃତ

ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

Road Accident

Road Accident

Advertisment

ବାଲେଶ୍ୱର ଜିଲ୍ଲା କମର୍ଦ୍ଦା ଥାନା ଅନ୍ତର୍ଗତ ଉଲୁଡା ଛକ ନିକଟରେ ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ବାଇକ୍ ଧକ୍କା ଦେବାରୁ ୨ ଜଣ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ଦୁଇ ଜଣ ବସ୍ତା ଅଞ୍ଚଳରର ବୋଲି ଜଣାପଡ଼ିଛି।

Advertisment

ଗତକାଲି ବିଳମ୍ବିତ ରାତିରେ ଏକ ବାଇକରେ ଦୁଇ ଜଣ ଯୁବକ ଯାଉଥିବା ବେଳେ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଇଥିଲେ। ଘଟଣାସ୍ଥଳରେ ଦୁଇ ଜଣ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିଲା।

ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହାସହ ମୃତକଙ୍କ ପରିବାର ଲୋକଙ୍କୁ ଖବର ଦେଇଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ବାଇକକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Balasore Roadaccident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe