Advertisment

ଦୁଇ ସ୍କୁଟି ଆରୋହୀଙ୍କ ଉପରେ ମାଡ଼ିଗଲା ଲୁହା ବୋଝେଇ ଟ୍ରକ୍

ଦୁର୍ଘଟଣା ପରେ ପୁଲିସ ଗାଡ଼ିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି।

Accident

Accident

Advertisment

ଦୁଇ ସ୍କୁଟି ଆରୋହୀଙ୍କୁ ଉପରେ ମାଡ଼ିଗଲା ଲୁହା ବୋଝେଇ ଟ୍ରକ୍। କଟକ ଜିଲ୍ଲା ଜାତୀୟ ରାଜପଥ ୧୬ର ବାଲିକୁଦା ବ୍ରିଜ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ଯୁବକ ଦ୍ୱୟଙ୍କ ପରିଚୟ ମିଳିନାହିଁ।

Advertisment

ଆଜି ସକାଳେ ଯୁବକ ଦ୍ୱୟ ଏକ ସ୍କୁଟିରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଆସୁଥିଲେ। ଏହି ସମୟରେ ବୀପରିତ ଦିଗରୁ ଆସୁଥିବା ଏକ ଲୁହା ବୋଝେଇ ଟ୍ରକ୍ ଉଭୟ ଯୁବକଙ୍କୁ ଧକ୍କା ଦେଇଥିଲା। ଯୁବକ ଦ୍ୱୟ ତଳେ ଛିଟିକି ପଡ଼ିଯାଇଥଲେ। ଟ୍ରକ୍‌ଟି ସେମାନଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ ଘଟିଥିଲା।

ଦୁର୍ଘଟଣା ପରେ ପୁଲିସ ଦୁର୍ଘଟଣାଗ୍ରସ୍ତ ଟ୍ରକକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି। ଏହାସହ ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। 

Advertisment
Cuttack Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe