୨ ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍। ଘଟଣାସ୍ଥଳରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲ୍ଲା ଆନନ୍ଦପୁର-ଭଦ୍ରକ ରାସ୍ତାର ଚଣ୍ଡିବିରଞ୍ଚିପୁର ଛକରେ ଏହି ଦୁର୍ଘଟଣା ଘଟିଛି। ମୃତକ ଦ୍ୱୟଙ୍କର ପରିଚୟ ମିଳିନାହିଁ।
ଆଜି ସକାଳେ ଭଦ୍ରକ ପଟରୁ ଏକ ବାଇକ୍ରେ ଦୁଇ ଜଣ ଆସୁଥିଲେ। ସେମାନଙ୍କ ପଛରେ ଆସୁଥିବା ଟ୍ରକ୍ ବାଇକ୍କୁ ଧକ୍କା ଦେଇଥିଲା। ବାଇକ୍ ଆରୋହୀ ତଳେ ଛିଟିକି ପଡ଼ିଥିଲେ। ଟ୍ରକଟି ସେମାନଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିଲା। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।
Also Read
ଅନ୍ୟପକ୍ଷୀରେ ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାଗ୍ରସ୍ତ ଟ୍ରକ୍ଟି ହାଟଡିହିର ଜଣେ ଚାଉଳ ବ୍ୟବସାୟୀଙ୍କ ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।