/odisha-reporter/media/post_attachments/uploadimage/library/16_9/16_9_0/IMAGE_1696230366.jpg)
Road Accident
୨ ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍। ଘଟଣାସ୍ଥଳରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲ୍ଲା ଆନନ୍ଦପୁର-ଭଦ୍ରକ ରାସ୍ତାର ଚଣ୍ଡିବିରଞ୍ଚିପୁର ଛକରେ ଏହି ଦୁର୍ଘଟଣା ଘଟିଛି। ମୃତକ ଦ୍ୱୟଙ୍କର ପରିଚୟ ମିଳିନାହିଁ।
Advertisment
ଆଜି ସକାଳେ ଭଦ୍ରକ ପଟରୁ ଏକ ବାଇକ୍ରେ ଦୁଇ ଜଣ ଆସୁଥିଲେ। ସେମାନଙ୍କ ପଛରେ ଆସୁଥିବା ଟ୍ରକ୍ ବାଇକ୍କୁ ଧକ୍କା ଦେଇଥିଲା। ବାଇକ୍ ଆରୋହୀ ତଳେ ଛିଟିକି ପଡ଼ିଥିଲେ। ଟ୍ରକଟି ସେମାନଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିଲା। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।
ଅନ୍ୟପକ୍ଷୀରେ ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାଗ୍ରସ୍ତ ଟ୍ରକ୍ଟି ହାଟଡିହିର ଜଣେ ଚାଉଳ ବ୍ୟବସାୟୀଙ୍କ ବୋଲି ଜଣାପଡ଼ିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
