Advertisment

ଶିବ ମନ୍ଦିରରୁ ପାଣି ଢାଳି ଫେରୁଥିଲେ; ଦମ୍ପତିଙ୍କ ଉପରେ ଚଢ଼ିଗଲା ଟ୍ରକ୍

ପୁଲିସ ମୃତଦେହକୁ ଉଦ୍ଧାର ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ଅଦ୍ୟତନ ହୋଇଛି
undefined

Accident

Advertisment

ଶିବ ମନ୍ଦିରରୁ ପାଣି ଢାଳି ବାଇକରେ ଘରକୁ ଫେରିଲା ବେଳେ ଦମ୍ପତିଙ୍କ ଉପରେ ମାଡ଼ିଗଲା ଟ୍ରକ୍। ନବରଙ୍ଗପୁର ଜିଲ୍ଲା କୁନ୍ଦେଇ ଥାନା ଅନ୍ତର୍ଗତ ରାବଣାଗୁଡ଼ା ଛକ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ହେଲେ ଦୁର୍ଘଟଣାରେ ବଞ୍ଚି ଯାଇଛି ଦମ୍ପତିଙ୍କ ୯ ବର୍ଷର ପୁଅ। ଆହତ ଶିଶୁଟିକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଆଜି ସକାଳେ ଦମ୍ପତି ଓ ତାଙ୍କ ପୁଅ ବାଇକ୍ ଯୋଗେ ଶିବ ମନ୍ଦିରକୁ ଯାଇଥିଲେ। ସେଠାରେ ମହାଦେବଙ୍କ ଉପରେ ପାଣି ଢାଳି ପୂଜାର୍ଚ୍ଚନା ସାରି ଘରକୁ ଫେରୁଥିଲେ।  ରାବଣାଗୁଡ଼ା ଛକ ନିକଟରେ ଦମ୍ପତିଙ୍କୁ ଟ୍ରକ୍‌ଟି ଧକ୍କା ଦେଇଥିଲା। ପରେ ଦମ୍ପତି ତଳେ ଛିଟିକି ପଡ଼ି ଯାଇଥିଲେ। ଟ୍ରକଟି ସେମାନଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ପୁଲିସ ମୃତଦେହକୁ ଉଦ୍ଧାର ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

Road Accident Nabarangpur
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe