Advertisment

ଦୁର୍ଘଟଣାରେ ଚାଲିଗଲା ମାଇଁ ଓ ଭଣଜାଙ୍କ ଜୀବନ

ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

author-image
Tapaswini Nayak
Accident

Accident

ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଥାନା ଅଧିନସ୍ଥ ଗାନ୍ଧୀଛକ ଫାଣ୍ଡି ଅନ୍ତର୍ଗତ ଚନ୍ଦିନିମାଲ ରାସ୍ତାରେ ଆଜି ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଟାୟାର ବୋଝେଇ ପିକଅପ ଭ୍ୟାନ ସହ ବାଇକର ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ସଂପର୍କରେ ମାଇଁ ଓ ଭଣଜା ହୋଇଥିବା ଜଣାଯାଇଛି।

Advertisment

ଆଜି ସକାଳେ ଚନ୍ଦିନିମାଲ ରାସ୍ତାରେ ଏକ ଟାୟାର ବୋଝେଇ ପିକଅପ୍ ଭ୍ୟାନ ଯାଉଥିବା ବେଳେ ବୀପରିତ ଦିଗରୁ ଆସୁଥିବା ବାଇକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ବାଇକରେ ଥିବା ଭଣଜା ଓ ମାଇଁ ଛିଟିକି ତଳେ ପଡ଼ି ଯାଇଥିଲେ। ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ ଘଟିଥିଲା।

ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

Road Accident