Advertisment

ଟ୍ରକକୁ ପିଟିଲା ଯାତ୍ରୀବାହୀ ବସ୍; ୨ମୃତ

ସୋନପୁର ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Road accident

Road accident

ଭାରସାମ୍ୟ ହରାଇ ଟ୍ରକକୁ ପିଟିଲା ଯାତ୍ରୀବାହୀ ବସ୍। ସୁବର୍ଣ୍ଣପୁର ଜିଲ୍ଲା ଜାତୀୟ ରାଜପଥ-୫୭ର ହରିଡ଼ଖୋଲ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଡ୍ରାଇଭର ଓ ହେଲପରଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଡ୍ରାଇଭର ଦମ୍ବରୁଧର ସ୍ୱାଇଁ ଓ ହେଲପର ଶିବ୍ରମ ଗୌଡ଼।

Advertisment

ଆଜି ସକାଳେ ଯାତ୍ରୀବାହୀ ବସ୍‌ଟି ଜୟପୁରରୁ କଟକ ଅଭିମୁଖେ ଯାଉଥିଲା। ହରିଡ଼ଖୋଲ ନିକଟରେ ବସ୍‌ଟି ଟ୍ରକକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ବସ୍ ଡ୍ରାଇଭର ଓ ହେଲପରଙ୍କର ମୃତ୍ୟୁ ଘଟିଛି। ଏତେ ବଡ଼ ଦୁର୍ଘଟଣାରେ ୪୦ଜଣ ଯାତ୍ରୀ ବର୍ତ୍ତି ଯାଇଛନ୍ତି। 

ସୋନପୁର ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। ଏହାସହ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

Advertisment
Road Accident Sonepur