Advertisment

ବାପପୁଅ ଯାଉଥିଲେ; ଗଛରେ ପିଟି ହେଲା କାର୍‌

ଦୁର୍ଘଟଣାରେ କାର୍‌ର ସମ୍ମୁଖ ଅଂଶଟି ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି।

ଅଦ୍ୟତନ ହୋଇଛି
Road accident

Road accident

Advertisment

ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍‌। ଦୁର୍ଘଟଣାରେ ବାପ,ପୁଅ ଗୁରୁତର ଆହତ ହୋଇଛନ୍ତି। ବଲାଙ୍ଗିର ଜିଲ୍ଲା ତୁରେକେଲା ଥାନା ଅନ୍ତର୍ଗତ ବୁଡିବାହଲ ଗାଁ ଛକ ହନୁମାନ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଝରଣୀ ଗାଁର ଖଗେଶ୍ୱର ମେହେର ଓ ତାଙ୍କ ବାପା ଗୋପୀ ମେହେର କାର୍ ଯୋଗେ ନିଜ ଗାଁକୁ ଫେରୁଥିଲେ। ବୁଡିବାହଲ ଗାଁ ଛକ ହନୁମାନ ମନ୍ଦିର ନିକଟରେ କାର୍‌ଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ଦୁର୍ଘଟଣାର ବାପାପୁଅ ଗୁରୁତର ଆହତ ହୋଇଥିଲେ। ବାପପୁଅଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଡାକ୍ତଖାନାରେ ଭର୍ତ୍ତି କରାଯାଇଛି।

ଦୁର୍ଘଟଣାରେ କାର୍‌ର ସମ୍ମୁଖ ଅଂଶଟି ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି।

Advertisment
Bolangir Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe