Accident
ସମ୍ବଲପୁର ଜିଲ୍ଲା ବୁର୍ଲା ୬ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମୀ ଡୁଙ୍ଗୁରୀ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ମାଲବାହୀ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
Advertisment
ଆଜି ସକାଳେ ଡୁଙ୍ଗୁରୀ ଆଡୁ ଏକ ମାଲବାହୀ ଟ୍ରକ୍ ଯାଉଥିବା ବେଳେ ବୀପରିତ ଦିଗରୁ ଆସୁଥିବା ମାଲବାହୀ ଟ୍ରକ୍ ସହ ମୁ଼ହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ୨ ଜଣ ଆହତ ହୋଇଥିବା ବେଳେ ଗାଡ଼ି ଚାଳକଙ୍କୁ ବୁର୍ଲା ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ଯୋଗୁ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ିମୋଟର ଅଟକି ରହିଛି। ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
