ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ବ୍ରିଜ ତଳକୁ ଭାରସାମ୍ୟ ହରାଇ ଓଲଟି ପଡିଲା କଦଳୀ ବୋଝେଇ ଟ୍ରକ। ଫଳରେ ଡ୍ରାଇଭର ଓ ହେଲପର ଗୁରୁତର ଆହତ ହୋଇଛନ୍ତି। ଭଦ୍ରକ ଜିଲ୍ଲା ୧୬ନଂ ଜାତୀୟ ରାଜପଥର ଗେଲପୁର ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଡ୍ରାଇଭର ଓ ହେଲପରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଆଜି ସକାଳେ ଟ୍ରକଟି କଦଳୀ ବୋଝେଇ କରି କଟକରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା। ଗେଲପୁର ଛକ ନିକଟରେ ଟ୍ରକଟି ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ଡ୍ରାଇଭର ଓ ହେଲପର ଗୁରୁତର ଆହତ ହୋଇଥିଲେ।
Also Read
ସ୍ଥାନୀୟ ଲୋକେ ହେଲପର ଓ ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଭଦ୍ରକ ଗ୍ରାମାଞ୍ଚଳ ପୁଲିସ ଟ୍ରକକୁ ଜବତ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।