Advertisment

ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ବ୍ରିଜ ତଳକୁ ଖସିଲା ଟ୍ରକ୍

ଆଜି ସକାଳେ ଟ୍ରକଟି କଦଳୀ ବୋଝେଇ କରି କଟକରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା।

ଅଦ୍ୟତନ ହୋଇଛି
Road accident

Road accident

Advertisment

ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ବ୍ରିଜ ତଳକୁ ଭାରସାମ୍ୟ ହରାଇ ଓଲଟି ପଡିଲା କଦଳୀ ବୋଝେଇ ଟ୍ରକ। ଫଳରେ ଡ୍ରାଇଭର ଓ ହେଲପର ଗୁରୁତର ଆହତ ହୋଇଛନ୍ତି। ଭଦ୍ରକ ଜିଲ୍ଲା ୧୬ନଂ ଜାତୀୟ ରାଜପଥର ଗେଲପୁର ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି।  ଡ୍ରାଇଭର ଓ ହେଲପରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Advertisment

ଆଜି ସକାଳେ ଟ୍ରକଟି କଦଳୀ ବୋଝେଇ କରି କଟକରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା। ଗେଲପୁର ଛକ ନିକଟରେ ଟ୍ରକଟି ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ଡ୍ରାଇଭର ଓ ହେଲପର ଗୁରୁତର ଆହତ ହୋଇଥିଲେ।

ସ୍ଥାନୀୟ ଲୋକେ ହେଲପର ଓ ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଭଦ୍ରକ ଗ୍ରାମାଞ୍ଚଳ ପୁଲିସ ଟ୍ରକକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Roadaccident Bhadrak
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe