୨ ଜଣଙ୍କୁ ଧକ୍କା ଦେଇ ଭାରସାମ୍ୟ ହରାଇ ନାଳରେ ପଶିଲା ପୁଲିସ ଗାଡ଼ି। କଟକ ଜିଲ୍ଲା ବିଜୁ ପଟ୍ଟନାୟକ ଛକରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ଜଣେ ଜୋତା ମରାମତି ଦୋକାନୀ ହୋଇଥିବା ବେଳେ ଅନ୍ୟ ଜଣେ ସାଇକେଲ ଆରୋହୀ ବୋଲି ଜଣାଯାଇଛି।
ପୁଲିସ ଗାଡ଼ିଟି ଦ୍ରୁତ ଗତିରେ ଆସି ପ୍ରଥମେ ସାଇକେଲ ଆରୋହୀଙ୍କୁ ଧକ୍କା ଦେଇଥିଲେ। ପରେ ରାସ୍ତାକଡ଼ରେ ଥିବା ଜୋତା ମରାମତି ଦୋକାନୀ ଉପରେ ମାଡ଼ି ଯାଇଥିଲା। ପରେ ଗାଡ଼ିଟି ଭାରସାମ୍ୟ ହରାଇ ନିକଟରେ ଥିବା ନାଳକୁ ପଶିଯାଇଥିଲା। ଗାଡ଼ି ଓ ଡ୍ରାଇଭରଙ୍କୁ ଉଦ୍ଧାର କରି ପୁଲିସ ନେଇଯାଇଥିବା ସୂଚନା ରହିଛି।
Also Read
ଗାଡ଼ିରେ ପୁଲିସ କର୍ମଚାରୀ ଥିଲେ କି ନାହିଁ ଜଣାପଡ଼ିନାହିଁ। ଗାଡ଼ିର ଡ୍ରାଇଭର ନିଶାସକ୍ତ ଅବସ୍ଥାରେ ଗାଡ଼ି ଚଲାଉଥିବା ପ୍ରତ୍ୟକ୍ଷଦର୍ଶୀ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବୃଦ୍ଧଙ୍କୁ ଗୋଡ଼ାଇ ଗୋଡ଼ାଇ କଚାଡ଼ିଲା ଦନ୍ତା; ମୃତଦେହ ଛାଡ଼ୁ ନାହାନ୍ତି ଗ୍ରାମବାସୀ
ରାତି ଅଧରେ ଜଙ୍ଗଲ ମଝିରେ ଦନ୍ତା ହାବୁଡ଼ରେ ପଡ଼ିଗଲେ ବୃଦ୍ଧ। ଦନ୍ତା ଗୋଡ଼ାଇ ଗୋଡ଼ାଇ କଚାଡ଼ି ଜୀବନ ନେଲା। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି ସହ ଉକ୍ତ ଦନ୍ତାକୁ ଟ୍ରାଙ୍କୁଲାଇଜ୍ କରି ଅନ୍ୟତ୍ର ଛାଡ଼ିବାକୁ ଦାବି କରି ସ୍ଥାନୀୟ ଲୋକେ ରାତି ସାରା ମୃତଦେହକୁ ଜଗି ବସିଛନ୍ତି।
Accident
ଅଟୋ-ବାଇକ୍ ପିଟାପିଟି; ଜଣେ ମୃତ, ୫ ମେଡ଼ିକାଲ୍ରେ
ତେନ୍ତୁଳିଖୁଣ୍ଟି ଥାନା କଣ୍ଟାଗାଁ ଗାଁର ଅଭିମନ୍ୟୁ ମାଝୀଙ୍କ ପରିବାର ଲୋକ ଏକ ଅଟୋରେ ନବରଙ୍ଗପୁର କୋର୍ଟକୁ ଯାଇଥିଲେ। କୋର୍ଟରେ କାମ ସାରିବା ପରେ ସେହି ଅଟୋରେ ସେମାନେ ନିଜ ଗାଁକୁ ଫେରୁଥିଲେ।
Accident
ଗୋଟେ ପରେ ଗୋଟେ ୩ଟି ଗଛରେ ପିଟିହେଲା ଦ୍ରୁତଗାମୀ କାର୍
ଦୁର୍ଘଟଣା ନେଇ ସ୍ଥାନୀୟ ଲୋକ ଲହୁଣିପଡ଼ା ଥାନାକୁ ଖବର ଦେଇଥିଲା। ଅଗ୍ନିଶମ କର୍ମଚାରୀଙ୍କ ସହ ପୁଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚିଥିଲେ। କାର ଭିତରେ ଫସିଥିବା ଦେବାଶିଷଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ମେଡ଼ିକାଲ୍ରେ ଭର୍ତ୍ତି କରିଥିଲେ।
Accident
ଅଜଣା ଗାଡ଼ିକୁ ପିଟିଲା ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର
ଏକ ଟ୍ରକ୍ ପଶ୍ଚିମବଙ୍ଗରୁ କଟକ ଅଭିମୁଖେ ଯାଉଥିବା ବେଳେ ବିଳମ୍ବିତ ରାତିରେ ଅଜଣା ଗାଡିକୁ ଧକ୍କା ଦେଇଥିଲା। ଫଳରେ ଟ୍ରକରେ ଦୀର୍ଘ ସମୟ ପର୍ଯ୍ୟନ୍ତ ଚାପି ହୋଇ ହୋଇ ଯାଇଥିଲେ ଡ୍ରାଇଭର।
Accident
ଗୁହାଳରେ ଲାଗିଥିଲା ମଶା ଧୂପ, ଜଳିଗଲା ଘର
ଗୁହାଳରେ ମଶାଙ୍କ ପାଇଁ ଲାଗିଥିଲା ମଶା ଧୂପ । ମାତ୍ର ରାତି ଅଧରେ ତାହା ବ୍ୟାପୀ ଘରକୁ ଲାଗି ଯାଇଥିଲା। ଫଳରେ ହୁତୁହୁତୁ ହୋଇ ଘର ଜଳିବା ସହ ସମସ୍ତ ଧନସମ୍ପତ୍ତି ପୋଡ଼ି ପାଉଁଶ ହୋଇ ଯାଇଛି।