ଗରମ ହେଉଥିବାରୁ ପୋଲ ବାଡ଼ା ଉପରେ ବସିଥିଲା ନାବାଳକ। ଏହି ସମୟରେ ଏକ ବାଲି ବୋଝେଇ ଟିପ୍ପର ଦ୍ରୁତ ଗତିରେ ଆସି ପୋଲ ବାଡ଼ାରେ ବସିଥିବା ନାବାଳକଙ୍କୁ ଧକ୍କା ଦେଇ ତଳକୁ ଖସିପଡ଼ିଥିଲା। ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି।
ଢେଙ୍କାନାଳ ଜିଲ୍ଲା ଗଁନ୍ଦିଆ ଥାନା ଅନ୍ତର୍ଗତ ସନ୍ଥପୁର ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନେ ହେଲେ ଟିପ୍ପର ଡ୍ରାଇଭର ଓ ନାବାଳକ। ନାବାଳକର ଅବସ୍ଥା ଗୁରୁତର ରହିଛି। ଡ୍ରାଇଭର ଓ ନାବାଳକଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
Also Read
ବ୍ରିଜ ଉପରେ ପବନ ହେଉଥିବାରୁ ନାବାଳକଟି ପୋଲ ବାଡ଼ା ଉପରେ ବସିଥିଲା। ଏହି ସମୟରେ ଏକ ବାଲି ବୋଝେଇ ଟିପ୍ପରଟି ଦ୍ରୁତ ଗତିରେ ଆସି ବାଡ଼ାକୁ ଧକ୍କା ଦେଇ ନାବାଳକଙ୍କୁ ଧକ୍କା ଦେଇଥିଲା। ପରେ ଟିପ୍ପରଟି ଭାରସାମ୍ୟ ହରାଇ ତଳକୁ ଖସି ପଡ଼ିଥିଲା। ନାବାଳକ ମଧ୍ୟ ତଳକୁ ଖସି ପଡ଼ିଥିଲା।ପୁଲିସ ପହଞ୍ଚି ନାବାଳକ ଓ ଟିପ୍ପର ଡ୍ରାଇଭରକୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି। ପୁଲିସ ବାଲି ବୋଝେଇ ଟିପ୍ପରକୁ ଜବତ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।