/odisha-reporter/media/post_attachments/uploadimage/library/16_9/16_9_0/IMAGE_1714961408.jpg)
Roadaccident
ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍। ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ। ସୋନପୁର–ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥ ଖମ୍ବଶିରିପାଲି ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
Advertisment
ଯାତ୍ରୀବାହୀ ବସ୍ଟି ଭୁବନେଶ୍ୱରରୁ ପାଟଣାଗଡ ଅଭିମୁଖେ ଯାଉଥିଲା। ଖମ୍ବଶିରିପାଲି ନିକଟରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୨ ଜଣ ଯାତ୍ରୀ ଆହତ ହୋଇଛନ୍ତି।
ସେମାନଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ପହଞ୍ଚି ବସ୍କୁ ଜବତ କରି ଘଟଣାର ତଦନ୍ତ କରୁଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
