Bee Attack
ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା କାଦୁଆ ଗାଁରେ ମହୁମାଛି ଆକ୍ରମଣରେ ଦୁଇ ଦିନରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ହେଉଛନ୍ତି ଝୁମର ସେଠୀ ଓ ମାୟାଧର ଦେହୁରୀ।
Advertisment
ଗତକାଲି ରାତିରେ ମାୟାଧର ଗାଁ ପାଖ ନିଜ ଚାଷ ଜମିରୁ ଘରକୁ ଫେରୁଥିବା ବେଳେ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ କାମାକ୍ଷାନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି।
ସେହିଭଳି ଆଜି ଗାଁର ଝୁମର ସେଠି ଗାଧୋଇ ସାରି ଘରକୁ ଫେରୁଥିବା ବେଳେ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ। ତାଙ୍କୁ କାମାକ୍ଷାନଗର ମେଡିକାଲରେ ନିଆଯାଇଥିବା ବେଳେ ତାଙ୍କର ମୃତ୍ୟୁ ହୋଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
