Advertisment

ଗଛରେ ପିଟିହେଲା ପିକ୍‌ଅପ୍‌; ୨ ଜଣଙ୍କ ମୃତ୍ୟୁ

ଆଜି ଅପରାହ୍ନ ପ୍ରାୟ ସାଢ଼େ୨ଟା ହେବ। ପାଟଣାଗଡ଼ରୁ ପଦ୍ମପୁର ଅଭିମୁଖେ ଯାଉଥିବା ଏକ ଦ୍ରୁତଗାମୀ ପିକ୍‌ଅପ୍‌ ଭ୍ୟାନ୍‌ଟି ପଢେଲ ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗଛରେ ପିଟି ହୋଇଯାଇଥିଲା।

author-image
Manoranjan Sial
Accident

Accident

ଭୟଙ୍କର ଦୁର୍ଘଟଣା। ଦ୍ରୁତ ଗତିରେ ଯାଉଥିବା ବେଳେ ରାସ୍ତା ପାର୍ଶ୍ୱ ଗଛରେ ପିଟିହେଲା ପିକ୍‌ଅପ୍‌। ଗାଡ଼ି ଚାଳକଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଆଜି ଅପରାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ବଲାଙ୍ଗିର ଜିଲ୍ଲାରେ ଘଟିଛି।

Advertisment

ଆଜି ଅପରାହ୍ନ ପ୍ରାୟ ସାଢ଼େ୨ଟା ହେବ। ପାଟଣାଗଡ଼ରୁ ପଦ୍ମପୁର ଅଭିମୁଖେ ଯାଉଥିବା ଏକ ଦ୍ରୁତଗାମୀ ପିକ୍‌ଅପ୍‌ ଭ୍ୟାନ୍‌ଟି ପଢେଲ ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗଛରେ ପିଟି ହୋଇଯାଇଥିଲା। ସ୍ଥାନୀୟ ଲୋକେ ଏନେଇ ପାଟଣାଗଡ଼ ଥାନାକୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଗାଡ଼ି ଭିତରୁ ଡ୍ରାଇଭର ଓ ଡ୍ରାଇଭରଙ୍କ ସହଯୋଗୀଙ୍କ ମୃତ୍ୟୁ ମୃତଦେହ ଉଦ୍ଧାର କରିଥିଲା। ପୁଲିସ୍‌ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି।

ସେପଟେ ଆଜି ଭୋରୁ ଭୋରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ପୋଡ଼ଛାପର ଛକ ନିକଟରେ ଘଟିଥିଲା। କଳାହାଣ୍ଡି ଜିଲ୍ଲା ଉତ୍କେଲା ଅଂଚଳରୁ ଆସିଥିବା ଏକ ମେଲୋଡି ଗାଡି ପଦ୍ମପୁର ଅଂଚଳରେ ପୋଗ୍ରାମ ସାରି ଘରକୁ ଫେରୁଥିବା ବେଳେ ପାଟଣାଗଡ଼ -ବେଲପଡା ରାସ୍ତା ପୋଡ଼ଛାପର ଗାଁ ନିକଟରେ ଭାରସାମ୍ୟ ହରାଇ ବ୍ରିଜ୍‌ ବାଡ଼ା ଉପରକୁ ଚଢିଯାଇଛି। ସୌଭାଗ୍ୟକୁ ଏଥିରେ କେହି ମୃତାହତ ହୋଇନାହାନ୍ତି।

Advertisment

ରିପୋର୍ଟ- ପାଟଣାଗଡ଼ରୁ କରୁଣାକର ବୁଡେକ

Roadaccident Balangir