ଗତକାଲି ମହାନଦୀରେ ଗାଧୋଇଲା ବେଳେ ବୁଡ଼ିଯାଇଥିବା ଦୁଇ ନବମ ଶ୍ରେଣୀ ଛାତ୍ରଙ୍କ ମୃତଦେହ କରାଯାଇଛି। ସମଲେଶ୍ୱରୀ ଘାଟରୁ ୨ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ଜଣାଯାଇଛି। ମୃତକ ଛାତ୍ର ଦ୍ୱୟ ହେଲେ କନିଷ୍କ ଓ ହିମାଂଶୁ।
ଗତକାଲି ୨ ଛାତ୍ର ସଡ଼କ ଘାଟରେ ଗାଧୋଉଥିଲେ। ଏହି ସମୟରେ ସେମାନଙ୍କ ଗୋଡ଼ ଖସି ଯାଇଥିଲା। ଉଭୟ ପାଣିରେ ଭାସି ଯାଇଥିଲେ। ସ୍ଥାନୀୟ ଲୋକେ ଛାତ୍ର ୨ଜଣ ଭାସି ଯାଉଥିବା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ଦୁଇ ଛାତ୍ରଙ୍କୁ ବହୁତ ଖୋଜାଖୋଜି କରିଥିଲେ,ବିଳମ୍ବିତ ରାତି ପର୍ଯ୍ୟନ୍ତ ସର୍ଚ୍ଚଅପରେସନ ଚାଲିଥିଲେ ମଧ୍ୟ ସେମାନଙ୍କର ପତ୍ତା ମିଳିନଥିଲା।
ଆଜି ସକାଳେ ଅଗ୍ନିଶମ ବାହିନୀ ସହ ଝାରସୁଗୁଡ଼ାରୁ ଆସିଥିବା ଓଡ୍ରାଫ୍ଟ ଟିମ ପହଞ୍ଚି ୨ ଛାତ୍ରଙ୍କୁ ଖୋଜାଖୋଜି କରିଥିଲେ। ସମଲେଶ୍ୱରୀ ଘାଟରୁ ୨ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଆଖି ପିଛୁଳାକେ ଲାଗିଲା ନିଆଁ; ଜଳିଗଲା ସାବୁନ ଫ୍ୟାକ୍ଟ୍ରି
ପୁରୀ ମଙ୍ଗଳାଘାଟରେ ଥିବା ଏକ ସାବୁନ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଆଜି ମଧ୍ୟାହ୍ନ ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।
Accident
ତେଜ ଆଗ୍ରୋ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା କୋଟିଏ ଟଙ୍କାର ସାମଗ୍ରୀ
ଆଜି ଭୋରରୁ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା।
Accident
ଜଳିଗଲା ଧାନ ଗଦା, ୧୩ ଏକର ଜମିର ଧାନ ଫସଲ ଭସ୍ମ
ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା ବେଳକୁ ସେତେବଳେକୁ ସବୁ ପୋଡ଼ି ନଷ୍ଟ ହୋଇଯାଇଥିଲା।
Accident
ରଙ୍ଗରୁଟ ହେଲା କାଳ; ଜଣଙ୍କ ଜୀବନ ଗଲା, ଆଉ ଜଣେ ଗୁରୁତର
ରଙ୍ଗରୁଟରେ ଗାଡ଼ି ନେବାରୁ ଦୁର୍ଘଟଣା ଘଟି ଜଣଙ୍କ ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଥିବା ଜଣାଯାଇଛି।
Accident
ଫାଟକରେ ଗଳି ଟ୍ରାକ୍ ଅତିକ୍ରମ କରୁଥିଲେ! ମାଡ଼ିଗଲା ଟ୍ରେନ୍, ୨ ମୃତ
ଟ୍ରେନ୍ ଆସୁଥିବାରୁ ରାତି ପ୍ରାୟ ୯ଟା ବେଳେ କଳୁଙ୍ଗା ରେଳ ଫାଟକ ପଡ଼ିଥିଲା। ଠିକ୍ ସେତିକି ବେଳେ ୫ ଜଣ ଯୁବକ ୩ଟି ବାଇକ୍ରେ ଆସିଥିଲେ। ଫାଟ୍କ ପଡ଼ିଥିବା ଦେଖି ସମସ୍ତେ ରେଳ ଫାଟକ ପାର୍ଶ୍ୱରେ ଗଳି ଟ୍ରାକ୍ ଅତିକ୍ରମ କରୁଥିଲେ।