କାମ ସାରି ଧାନମଳା ମେସିନ ନେଇ ଘରକୁ ଫେରୁଥିଲେ ଦୁଇ ମହିଳା। ଅଧବାଟରେ ମେସିନଟି ଓଲଟି ପଡ଼ିବାରୁ ଦୁଇ ଜଣ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏପରି ଅଘଟଣ ଘଟିଛି ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ଅନ୍ତର୍ଗତ ଆମୁଣ୍ଡି ଗ୍ରାମରେ। ମୃତ ମହିଳା ଦ୍ୱୟ ହେଲେ ଶାସନ ଗ୍ରାମର ମାଧବ ନାଇକଙ୍କ ସ୍ତ୍ରୀ ଝୁନୁ ନାଇକ ଓ ଅନ୍ୟ ଜଣେ ମୁରଲୀ ନାଇକଙ୍କ ସ୍ତ୍ରୀ ଝୁନୁ ନାଇକ।
ଗତକାଲି ସନ୍ଧ୍ୟାରେ ଦୁଇ ମହିଳା କାମ ସାରି ଧାନ ମଳା ମେସିନ ନେଇ ଘରକୁ ଫେରୁଥିଲେ। ଏହି ସମୟରେ ଅଧବାଟରେ ମେସନଟି ମହିଳାଙ୍କ ଉପରେ ଓଲଟି ପଡ଼ିଥିଲା। ଦୁଇ ଜଣ ମହିଳା ଧାନ ମଳା ମେସିନ ତଳେ ଚାପି ହୋଇଯାଇଥିଲେ। ଉଭୟଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।
Also Read
ଉଭୟ ମହିଳାଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ପୁଲିସ ଧାନମଳା ମେସିନକୁ ଜବତ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।