ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକ୍କୁ ପଛରୁ ଧକ୍କା ଦେଲା ଭ୍ୟାନ୍। ଦୁର୍ଘଟଣା ୨ ଜଣ ଯୁବକ ଆହତ ହୋଇଛନ୍ତି। ଭଦ୍ରକ ଜିଲ୍ଲା ବାସୁଦେବପୁର ଥାନା ଅନ୍ତର୍ଗତ ଧାମରା ରାସ୍ତାର ମନ୍ଦାରି ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ଯୁବକମାନେ ହେଲେ ଧାମରା ଚନ୍ଦିନୀପାଳ ଅଞ୍ଚଳର ସୂର୍ଯ୍ୟକାନ୍ତ ମହାନ୍ତି ଓ ଶଙ୍କର ବଢ଼େଇ। ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ଗତକାଲି ବିଳମ୍ବିତ ରାତିରେ ସୂର୍ଯ୍ୟକାନ୍ତ ଓ ଶଙ୍କର ଏକ ଭ୍ୟାନରେ ଯାଉଥିଲେ। ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୨ଜଣ ଯୁବକ ଆହତ ହୋଇଥିଲେ।
ଆହତ ଯୁବକଙ୍କୁ ବାସୁଦେବପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର କରାଯାଇଛି। ଚୁଡ଼ାମଣି ସାମୁଦ୍ରିକ ଥାନା ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାରେ ଗାଡ଼ିରୁ ସମ୍ମୁଖ ଅଂଶଟି ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।