ରାସ୍ତାକଡ଼ରେ ଛିଡା ହୋଇଥିବା ହାଇୱାକୁ ଭାରସାମ୍ୟ ହରାଇ ପିଟିଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଛନ୍ତି। ବଲାଙ୍ଗିର-ସୋନପୁର ଏନଏଚ ୫୭ର ଗଇଁତଳା ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଆଜି ସକାଳେ ଦିଲ୍ଖୁସ ନାମକ ବସ୍ ଭୁବନେଶ୍ୱରରୁ ଯାତ୍ରୀମାନଙ୍କୁ ନେଇ ମାଲକାନଗିରି ଅଭିମୁଖେ ଯାଉଥିଲା।ଏହି ସମୟରେ ଗଇଁତଲା ନିକଟରେ ଏକ ହାଇୱା ରାସ୍ତାକଡ଼ରେ ଠିଆ ହୋଇଥିଲା। ବସ୍ଟି ଭାରସାମ୍ୟ ହରାଇ ହାଇୱା ପଛରେ ପିଟି ହୋଇଥିଲା।
Also Read
ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଛନ୍ତି। ଗୁରୁତରମାନଙ୍କୁ ଆମ୍ବୁଲାନ୍ସ ଯୋଗେ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାରେ ବସ୍ର ସମ୍ମୁଖ ଅଂଶଟି ଭାଙ୍ଗି ନଷ୍ଟ ହୋଇଯାଇଛି। ପୁଇଁତଳା ପୁଲିସ ବସ୍କୁ ଜବତ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।