Advertisment

ପାହାଡ ସହ ପିଟି ହେଲା ବସ୍ ; ୨୦ ଆହତ

ବସରେ ପ୍ରାୟ ୮୦ ଜଣ ଯାତ୍ରୀ ଥିଲେ।

author-image
Tapaswini Nayak
ଅଦ୍ୟତନ ହୋଇଛି
Road accident

Road accident

ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ଘାଟିରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ପାହାଡରେ ପିଟି ହେବାରୁ ଡ୍ରାଇଭର ସହ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବସ୍‌ ଡ୍ରାଇଭରର ଅବସ୍ଥା ଗୁରୁତର ରହିଛି। ତାଙ୍କୁ ବାରିପଦା ସ୍ଥାନାନ୍ତର କରାଯାଇଛି। ତାଙ୍କ ଘର ରାଉରକେଲା ଅଞ୍ଚଳର ବୋଲି ଜଣାଯାଇଛି।

Advertisment

ଆଗକୁ ଇଦ୍ ପର୍ବ ଥିବାରୁ ଅନୁଗୋଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରୁ ଅନେକ ମୁସଲମାନ ଯାତ୍ରୀଙ୍କୁ ଧରି ବସ୍‌ଟି ରାଉରକେଲାରୁ ବାହାରି ମୁସିଦାବାଦ ଅଭିମୁଖେ ଯାଉଥିଲା। ଆଜି ସକାଳେ ବାଙ୍ଗିରିପୋଷି ଘାଟିରେ ବସ୍‌ଟି ରାସ୍ତାକଡ଼ରେ ଥିବା ପାହାଡ ସହ ପିଟି ହୋଇଯାଇଥିଲା। ଦୁର୍ଘଟଣାରେ ବସ୍‌ ଡ୍ରାଇଭର ସହ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସମସ୍ତ ଆହତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍ ଭିତରେ ଡ୍ରାଇଭର ଚାପି ହୋଇଯାଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି କଟର ସାହାଯ୍ୟରେ କାଟି ତାଙ୍କୁ ବାହାର କରିଥିଲେ।

ବସରେ ପ୍ରାୟ ୮୦ ଜଣ ଯାତ୍ରୀ ଥିଲେ। ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

Roadaccident Mayurbhanj