Advertisment

ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ;୨୦ ଆହତ

ବସ୍‌ରେ ଆହୁରି ୨ରୁ ୩ ଯାତ୍ରୀ ଫସିରହିଥିବା ସନ୍ଦେହ କରାଯାଉଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ଅଦ୍ୟତନ ହୋଇଛି
Road Accident

Road Accident

Advertisment

ବୌଦ୍ଧ ଜିଲ୍ଲା ରାଣୀପଦର ଘାଟିରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ବସ୍ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁଁ ଧକ୍କା ହେବାଫଳରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଆଜି ଭୋର ସମୟରେ ବସ୍‌ଟି ବୌଦ୍ଧରୁ ଯାତ୍ରୀମାନଙ୍କୁ ନେଇ ଫୁଲବାଣୀର ବାଲିଗୁଡ଼ା ଅଭିମୁଖେ ଯାଉଥିଲା। ରାଣୀପଦର ଘାଟି ନିକଟରେ ବୀପରିତ ଦିଗରୁ ଆସୁଥିବା ଟ୍ରକ୍ ସହ ବସ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।

ଅଗ୍ନିଶମ ବାହିନୀ ଓ ପୁଲିସ ଆହତ ମାନଙ୍କୁ ଉଦ୍ଧାର ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।  ପୁଲିସ ଦୁର୍ଘଟଣାଗ୍ରସ୍ତ ବସକୁ ଜବତ କରି ଘଟଣାର ତଦନ୍ତ କରୁଛି। 

Advertisment
Roadaccident Boudh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe