ଉତ୍ତର ପ୍ରଦେଶରେ ଟ୍ରାକ୍ଟର-ଟ୍ରଲି ପୋଖରୀରେ ଖସିବା ଘଟଣାରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇଛି। ଏଥିରେ ଅତି କମରେ ୨୨ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। ଗଙ୍ଗା ନଦୀରେ ବୁଡ଼ ପକାଇବାକୁ ଯିବା ସମୟରେ ଏହି ଅଘଟଣ ଘଟିଥିଲା।
ସୂଚନା ଅନୁସାରେ, ଜେଥରାରୁ କିଛି ଶ୍ରଦ୍ଧାଳୁ ଗଙ୍ଗାରେ ବୁଡ଼ ପକାଇବା ପାଇଁ ଟ୍ରାକ୍ଟରରେ ଆସୁଥିଲେ। ଏହି ସମୟରେ ପଟିଆଲିର କାଦରଗଞ୍ଜ ରୋଡ ନିକଟରେ ହଠାତ୍ ଟ୍ରାକ୍ଟରଟି ନିୟନ୍ତ୍ରଣ ହରାଇ ପୋଖରୀକୁ ଖସିପଡିଥିଲା। ଫଳରେ ଟ୍ରାକ୍ଟର ଟ୍ରଲି ସମେତ ଶ୍ରଦ୍ଧାଳୁମାନେ ପାଣିରେ ବୁଡି ଯାଇଥିଲେ।
जनपद कासगंज में सड़क दुर्घटना में हुई जनहानि अत्यंत हृदय विदारक है। मेरी संवेदनाएं शोकाकुल परिजनों के साथ हैं।
— Yogi Adityanath (@myogiadityanath) February 24, 2024
जिला प्रशासन के अधिकारियों को सभी घायलों के समुचित निःशुल्क उपचार हेतु निर्देश दिए हैं।
प्रभु श्री राम से प्रार्थना है कि दिवंगत आत्माओं को शांति तथा घायलों को शीघ्र…
ଏଥିରେ ୭ ଜଣ ଛୋଟ ଛୁଆଙ୍କ ସମେତ ୨୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ୧୦ ଜଣ ମଧ୍ୟ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିଛନ୍ତି। ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ଏବଂ ଆହତଙ୍କ ପାଇଁ ୫୦,୦୦୦ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।