Advertisment

ଓଲଟି ପଡ଼ିଲା ତୀର୍ଥଯାତ୍ରୀ ବସ୍‌, ୨୫ ଆହତ

ଆଜି ସକାଳେ ତୀର୍ଥଯାତ୍ରୀ ବସ୍‌ଟି ପଶ୍ଚିମବଙ୍ଗରୁ ପୁରୀ ଅଭିମୁଖେ ଯାଉଥିଲା।

ଅଦ୍ୟତନ ହୋଇଛି
Road Accident

Road Accident

Advertisment

 ଅଧାରେ ରହିଗଲା ଜଗା ଦର୍ଶନ। ସବୁ ଖୁସି ୫ ମିନିଟ୍‌ ଭିତରେ ହୋଇଗଲା ଛାରଖାର।  ଅଧାବାଟରେ ରାସ୍ତାକଡ଼କୁ ଭାରସାମ୍ୟ ହରାଇ ତୀର୍ଥଯାତ୍ରୀ ବସ୍‌ଟି ଓଲଟି ପଡ଼ିବାରୁ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଭଦ୍ରକ ଜିଲ୍ଲା ଭଣ୍ଡାରି ପୋଖରୀ ଥାନା ଅନ୍ତର୍ଗତ ପେଟ୍ରୋଲ ପମ୍ପ୍‌ ନିକଟରେ ଆଜି ସକାଳେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍‌ ତଳେ କିଛି ଯାତ୍ରୀ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ବସ୍‌ଟି କ୍ରେନ ସାହାଯ୍ୟରେ ଉଠାଯାଉଛି। 

Advertisment

ଆଜି ସକାଳେ ତୀର୍ଥଯାତ୍ରୀ ବସ୍‌ଟି ପଶ୍ଚିମବଙ୍ଗରୁ ପୁରୀ ଅଭିମୁଖେ ଯାଉଥିଲା। ଏହି ସମୟରେ ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ୫ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

ଦୁର୍ଘଟଣାଗସ୍ତ ବସ୍‌ରେ ଡ୍ରାଇଭର ସମେତ ୭୦ରୁ ଅଧିକ ଯାତ୍ରୀ ଥିଲେ। ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Bhadrak Roadaccident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe