Advertisment

ଓଲଟିଲା ପର୍ଯ୍ୟଟକ ବସ୍; ୨୫ ଆହତ

ପଶ୍ଚିମବଙ୍ଗରୁ କିଛି ପର୍ଯ୍ୟଟକ ଏକ ବସ୍‌ରେ ଦାରିଙ୍ଗବାଡ଼ି ବୁଲିବାକୁ ଆସିଥିଲେ।

author-image
Tapaswini Nayak
Road accident

Road accident

ବସ୍ ଓଲଟି ୨୫ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ ଆହତ ହୋଇଛନ୍ତି। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ମହାଗୁଡ଼ି ନିକଟ ବୁଲାଣି ରାସ୍ତାରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆହତ ପର୍ଯ୍ୟଟକଙ୍କୁ ବ୍ରାହ୍ମଣୀଗାଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କିଛି ପର୍ଯ୍ୟଟକଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।

Advertisment

ପଶ୍ଚିମବଙ୍ଗରୁ କିଛି ପର୍ଯ୍ୟଟକ ଏକ ବସ୍‌ରେ ଦାରିଙ୍ଗବାଡ଼ି ବୁଲିବାକୁ ଆସିଥିଲେ। ଦାରିଙ୍ଗବାଡ଼ି ବୁଲିସାରି ଗୋପାଳପୁର ଅଭିମୁଖେ ଯିବାବେଳେ ବ୍ରାହ୍ମଣୀଗାଁ ଥାନା ମହାଗୁଡ଼ି ନିକଟ ବୁଲାଣି ରାସ୍ତାରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ। ଆହତ ପର୍ଯ୍ୟଟକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

Roadaccident Kandhamal