ରାସ୍ତାକଡ଼କୁ ଓଲଟିଲା ବରଯାତ୍ରୀ ଗାଡ଼ି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ଘଟଣା ଘଟିଛି ରାଉରକେଲା ଲାଠିକଟା ଥାନା ମୁଣ୍ଡା ଜୋରଠାରେ। ଆହତମାନଙ୍କୁ ଡାକ୍ତରଖାନରେ ଭର୍ତ୍ତି କରାଯାଇଛି। ଆହତମାନଙ୍କ ମଧ୍ୟରେ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ଲାଠିକଟାରେ ବିବାହ ଭୋଜି ଥିଲା। ଗତକାଲି ବିଳମ୍ବିତ ରାତିରେ ଝାଡଖଣ୍ଡ ବନପୋସେଇଟାରୁ ବରଯାତ୍ରୀ ମାନେ ଏକ ପିକ୍ଅପ୍ ଭ୍ୟାନରେ ଲାଠିକଟା ଅଭିମୁଖେ ଆସୁଥିଲେ। ମୁଣ୍ଡା ଜୋରଠାରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।
Also Read
ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।