ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଅନ୍ତର୍ଗତ ଚେପଟିଅମ୍ବା ଗ୍ରାମରେ ବ୍ୟାପିଛି ଝାଡ଼ାବାନ୍ତି। ଝାଡ଼ାବାନ୍ତିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି। ଗାଁରେ ମେଡିକାଲ ଟିମ୍ ପହଞ୍ଚି ଲୋକମାନଙ୍କର ଚିକିତ୍ସା ଜାରି ରଖିଛନ୍ତି।
କିଛି ଦିନ ପୂର୍ବରୁ ଝାଡ଼ାବାନ୍ତିରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଜି ସକାଳେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ଜଣକ ହେଉଛନ୍ତି ଝରିଗାଁ ବ୍ଲକ ଚେପଟିଆମ୍ବା ଗ୍ରାମର ମଧୁ ଜାନୀ। ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମଧୁଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି।
Also Read
ତେବେ କେଉଁ କାରଣ ଯୋଗୁ ଗାଁରେ ଝାଡ଼ାବାନ୍ତି ବ୍ୟାପିଛି ତାହା ଜଣାପଡ଼ିନାହିଁ। ଦୂର୍ଷିତ ପାଣି ପିଇବା ଯୋଗୁ ଗାଁରେ ଝାଡ଼ାବାନ୍ତି ବ୍ୟାପିଥିବା ସନ୍ଦେହ କରାଯାଉଛି। ପାଣି ନମୂନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଛି। ଏଥିସହ ଗାଁରେ ମେଡିକାଲ ଟିମ୍ ଅସ୍ଥାୟୀ କ୍ୟାମ୍ପ କରି ଲୋକଙ୍କ ଚିକିତ୍ସା ଜାରି ରଖିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅଜିତ କୁମାରଙ୍କ ଭୟଙ୍କର କାର ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲା ଜୀବନ
ଦୁବାଇ ଗ୍ରାଣ୍ଡ ଫିକ୍ସରେ ଅଭ୍ୟାସ ବେଳେ ନିୟନ୍ତ୍ରଣ ହରାଇ ରେସିଂ ଟ୍ରାକ୍ କଡ଼ରେ ଥିବା କାନ୍ଥରେ ପିଟି ହୋଇଥିଲା ଅଜିତଙ୍କ କାର। ଦୁର୍ଘଟଣାରେ ଅଭିନେତାଙ୍କର ବିଶେଷ କିଛି କ୍ଷତି ହୋଇନାହିଁ।
Accident
ଟ୍ରକ୍ ଧକ୍କାରେ ପୁଅ ମୃତ; ବାପା,ମା’ ଗୁରୁତର
ତ୍ରୟମ୍ବକମ୍ ଓ ତାଙ୍କ ବାପାମା’ଙ୍କୁ ରକ୍ତାକ୍ତ ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଛତ୍ରପୁର ଡାକ୍ତରଖାନାକୁ ନେଇଥିଲେ।
Accident
ବାଇକ୍କୁ ଧକ୍କା ଦେବା ପରେ ଜଳିଗଲା ଟ୍ରକ୍
ଟ୍ରକ୍ କିଛି ବାଟ ପର୍ଯ୍ୟନ୍ତ ବାଇକ୍ଟିକୁ ଘୋଷାଡ଼ି ନେଇଥିଲା। ପରେ ବାଇକ୍ରେ ବିସ୍ଫୋରଣ ଘଟିଥିଲା।
Accident
ଛିଡ଼ା ହୋଇଥିଲା ଟ୍ରକ୍, ପିଟିଦେଲା ଟ୍ରଲର
ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଟ୍ରକ୍କୁ ପଛପଟୁ ଧକ୍କା ଦେଲା ଟ୍ରଲର। ଏହି ଦୁର୍ଘଟଣାରେ ଟ୍ରଲର ଡ୍ରାଇଭର କ୍ୟାବିନରେ ଚାପି ହୋଇ ଗୁରୁତର ହୋଇଛନ୍ତି।
Accident
ସକାଳୁ ସକାଳୁ ନିଆଁ ପୋଉଁଥିଲେ ଦମ୍ପତି, ଜଳିଗଲେ ସ୍ୱାମୀ
ଅସାବଧାନତାବଶଃତ ହଠାତ୍ ସ୍ୱାମୀଙ୍କ ଶରୀରରେ ଲାଗିଗଲା ନିଆଁ। ଦେଖୁଦେଖୁ ହୁତୁହୁତୁ ହୋଇ ଜଳିବାକୁ ଲାଗିଲେ ସ୍ୱାମୀ।