Advertisment

ଚଳନ୍ତା ଟ୍ରକ୍‌ରେ ପିଟିହେଲା ବାଇକ୍; ୩ ମୃତ

ମୃତକମାନେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାଯାଇଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Road accident

Road accident

ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ଅନ୍ତର୍ଗତ ଜିନ୍ଦଲ କାରଖାନା ମୁଖ୍ୟ ଫାଟକ ନିକଟରେ ଆଜି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଚଳନ୍ତା ଟ୍ରକ୍ ପଛରେ ବାଇକ୍ ପିଟି ହେବାରୁ ୩ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାଯାଇଛି।

Advertisment

ଆଜି ଦିନ ପ୍ରାୟ ୧୨ ସମୟରେ ଏକ ବାଇକରେ ୩ ଜଣ ଯୁବକ  ଦ୍ରୁତ ଗତିରେ ଆସି ଜିନ୍ଦଲ କାରଖାନା ମୁଖ୍ୟ ଫାଟକ ନିକଟରେ  ଏକ ଚଳନ୍ତା ଟ୍ରକକୁ ପଛରୁ ଧକ୍କା ଦେଇଥିଲେ। ଦୁର୍ଘଟଣାପରେ ୩ ଜଣ ଛିଟିକି ତଳେ ପଡ଼ିଯାଇଥିଲେ। ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମେଡ଼ିକାଲରେ ଅନ୍ୟ ଜଣଙ୍କର ମୃତ୍ୟୁ ହୋଇଛି।

ପୁଲିସ ମୃତଦେହ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣା ପରେ ସେହି ରାସ୍ତାରେ ଗାଡ଼ିଚଳାଚଳ ବାଧାପ୍ରାପ୍ତ ହୋଇଛି। 

Advertisment
Roadaccident Jajpur