Advertisment

୩ ବାଇକ ଆରୋହୀଙ୍କ ଉପରେ ମାଡ଼ିଗଲା ଅଜଣାଗାଡ଼ି

ତିନିଜଣ ଯୁବକ ଏକ ବାଇକ୍‌ରେ ଯିବାବେଳେ ସେମାନଙ୍କୁ ଅଜଣା ଗାଡ଼ି ଧକ୍କା ଦେଇଥିଲା।

author-image
Tapaswini Nayak
Road Accident

Road Accident

୩ଜଣ ବାଇକ ଆରୋହୀଙ୍କ ଉପରେ ମାଡ଼ିଗଲା ଅଜଣାଗାଡ଼ି। ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ ଥାନା ଅନ୍ତର୍ଗତ ଗୌରପଡ଼ା ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମୃତକଙ୍କ ପରିଚୟ ମିଳିନାହିଁ। ଆଜି ଭୋରରୁ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।

Advertisment

 ତିନିଜଣ ଯୁବକ ଏକ ବାଇକ୍‌ରେ ଯିବାବେଳେ ସେମାନଙ୍କୁ ଅଜଣା ଗାଡ଼ି ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଏହାସହ ରାସ୍ତାରେ ରାଗିଥିବା ସିସିଟିଭି ଫୁଟେଜକୁ ଯାଞ୍ଚ କରୁଛି।

Roadaccident Jharsuguda