/odisha-reporter/media/post_attachments/uploadimage/library/16_9/16_9_0/IMAGE_1714099690.jpg)
Tension situation
୩ ଜଣ ବାଇକ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍। ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ସୁନ୍ଦରଗଡ଼ ଜିଲ୍ଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନଟିପିସି ପାୱାର ପ୍ଲାଣ୍ଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକମାନେ ଦର୍ଲିପାଲି ଅଞ୍ଚଳର ହୋଇଥିବା ଜଣାପଡ଼ିଛି।
Advertisment
ଗତକାଲି ବିଳମ୍ବିତ ରାତିରେ ୩ଜଣ ଯୁବକ ଏକ ବାଇକ୍ ଯୋଗେ ଯାଉଥିଲେ। ଏହି ସମୟରେ ଏନଟିପିସି ପାୱାର ପ୍ଲାଣ୍ଟ ନିକଟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ ବାଇକ ଆରୋହୀଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ଘଟିଥିଲା। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
ଗତକାଲି ବିଳମ୍ୱିତ ରାତିରେ ଏହି ଦୁର୍ଘଟଣା ଘଟିଥିବା ବେଳେ ଆଜି ସକାଳେ ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରିଛନ୍ତି। ଫଳରେ ଯାତାୟାତ ପ୍ରଭାବିତ ହୋଇଛି। ଉଭୟ ପଟରେ ଗାଡ଼ି ମଟର ଅଟକି ରହିଛି। ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
