ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍। ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଆଜି ରାତି ୩ଟା ସମୟରେ ଯାତ୍ରୀବାହୀ ବସ୍ଟି ଭୁବନେଶ୍ୱରରୁ ଦୀଘା ଅଭିମୁଖେ ଯାଉଥିଲେ। ବରୁଣଗଡିଆ ନିକଟରେ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ବସଟି ପଛରୁ ଧକ୍କା ଦେଇଥିଲା। ପୁଲିସ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଜଳେଶ୍ଵର ହସ୍ପିଟାଲରେ ଭର୍ତ୍ତି କରିଛି।
ବସ୍ରେ ୬୦ରୁ ଅଧିକ ଯାତ୍ରୀ ଥିଲେ। ପୁଲିସ ବସ୍କୁ ଜବତ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।