Advertisment

ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୪ ମୃତ, ୩ ଆହତ

ଗୋଟିଏ ଟ୍ରକ୍‌ ଦୁଇଟି ପୃଥକ୍‌ ସ୍ଥାନରେ ଦୁର୍ଘଟଣା ଘଟାଇବାରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଗୁରୁତର ଆହତ ଘଟିଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Accident

Accident

ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ଟ୍ରକ୍‌ ଦୁଇଟି ପୃଥକ୍‌ ସ୍ଥାନରେ ଦୁର୍ଘଟଣା ଘଟାଇବାରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଗୁରୁତର ଆହତ ହୋଇଛନ୍ତି। ଆତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଆଜି ସକାଳେ ତିରିଂ ଥାନା ଅଞ୍ଚଳର ବଡଡାଳିମା ଛକରେ ୩ ଜଣ  ମର୍ଣ୍ଣିଂ ୱାକରେ ଯାଉଥିଲେ। ଏହି ସମୟରେ ଟ୍ରକ୍‌ଟି ଦ୍ରୁତ ଗତିରେ ଆସି  ୩ଜଣଙ୍କୁ ଧକ୍କା ଦେଇଥିଲା ଟ୍ରକ୍‌। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଥିଲେ।

ପରେ ଟ୍ରକଟି ପୁଣି ୫ କିମି ଯିବା ପରେ ବହଳଦା ଥାନା ଅନ୍ତର୍ଗତ ବାଗବେଡାରେ ଏକ ଅଟୋକୁ ଧକ୍କା ଦେଇଥିଲା। ଫଳରେ ଅଟୋରେ ଥିବା ୪ ଜଣଙ୍କ ମଧ୍ୟରୁ ଅଟୋ ଡ୍ରାଇଭର ଏବଂ ଏକ ଦମ୍ପତିଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ଦମ୍ପତିଙ୍କର ସମ୍ପର୍କୀୟ ଗୁରୁତର ହୋଇଥିଲେ। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ମୃତଦେହକୁ ଉଦ୍ଧାର କରି ଘଟଣାର ତଦନ୍ତ କରୁଛି।

Advertisment
Road Accident Mayurbhanj