Advertisment

ବାରିପଦାର ଦୁଇଟି ପୃଥକ ସ୍ଥାନରେ ଦୁର୍ଘଟଣା; ୪ ମୃତ,୯ ଆହତ

ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ଅଦ୍ୟତନ ହୋଇଛି
Accident

Accident

Advertisment

ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ଦୁଇଟି ପୃଥକ ପୃଥକ ସ୍ଥାନରେ ସଡ଼କ ଦୁର୍ଘଟଣା ଘଟି ୪ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ୯ଜଣ ଆହତ ହୋଇଛନ୍ତି।

Advertisment

ବାରିପଦା ସହର ଉପକଣ୍ଠ ରଙ୍ଗାମାଟିଆ ଲୁଲୁଙ୍ଗ ରାସ୍ତାର ଖସାଡିହା ନିକଟରେ ଏକ ବୋଲେରୋ ଭାରସାମ୍ୟ ହରାଇ ଗଛରେ ପିଟିହେବାରୁ ଡ୍ରାଇଭର ସମେତ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯ଜଣ ଗୁରୁତର ଆହତ ହୋଇଛନ୍ତି। ମୃତାହତମାନେ ବାଲିଡିହା ଗ୍ରାମରେ ବୋଲି ଜଣାଯାଇଛି।

ଗତକାଲି ବିଳମ୍ବିତ ରାତିରେ ବାଲିଡିହାରୁ ୧୩ ଜଣ ଏକ ବୋଲେରୋରେ କୌଣସି କାମରେ ତାରଯୋଡ଼ି ଗାଁକୁ ଯାଉଥିଲେ। ଏହି ସମୟରେ ଖସାଡିହା ନିକଟରେ ବୋଲେରୋଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ଘଟଣାସ୍ଥଳରେ ଡ୍ରାଇଭର ସମେତ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଗୁରୁତର ଆହତ ହୋଇଥିଲେ। ଆହତମାନଙ୍କୁ ବାରିପଦା ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି।

Advertisment

ସେହିପରି ବାରିପଦା ସହର ଉପକଣ୍ଠ ପାଲବଣି ବାଇପାସ୍ ଛକଠାରେ ବାଇକ୍ ଆରୋହୀଙ୍କୁ ଟ୍ରକ୍ ପଛରୁ ଧକ୍କା ଦେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଦ୍ୱୟଙ୍କ ଘର ନୁରୁଡିହି ଗାଁର ବୋଲି ଜଣାଯାଇଛି।

ଗତକାଲି ଯୁବକ ୨ ଜଣ ବାଇକ୍‌ରେ କରମ ନାଟରେ ସାମିଲ ହେବାକୁ ଯାଉଥିବା ବେଳେ ସେମାନଙ୍କୁ ପଛରୁ ଟ୍ରକଟି ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୨ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିଲା। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

Baripada Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe