ଭାରସାମ୍ୟ ହରାଇ ଘରର କାନ୍ଥକୁ ପିଟିଲା କାର୍। ଦୁର୍ଘଟଣାରେ ୪ସାଙ୍ଗଙ୍କର ମୃତ୍ୟୁ ଘଟିଛି। କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ଗଦାଧରପୁର ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି।
ମୃତକମାନଙ୍କ ମଧ୍ୟରେ ଜଣଙ୍କ ଘର ବାଙ୍କି ହରିରାଜପୁରର ହୋଇଥିବା ବେଳେ ଜଣଙ୍କ ଘର ବାଙ୍କି ପାଳପୁଟର, ଜଣଙ୍କ ଘର ବଡମ୍ବା ଓ ଅନ୍ୟ ଜଣଙ୍କ ଘର ଖଜୁରିପଦା ଗାଁରେ ବୋଲି ଜଣାପଡିଛି।
Also Read
ଗତକାଲି ବିଳମ୍ବିତ ରାତିରେ ବିବାହ ଭୋଜିରୁ ୪ଜଣ ସାଙ୍ଗ କାର୍ ଯୋଗେ ଘରକୁ ଫେରୁଥିଲେ। କୋଇଲିକନ୍ୟା ଗାଁ ନିକଟରେ କାର୍ଟି ଭାରସାମ୍ୟ ହରାଇ କାନ୍ଥରେ ପିଟି ହୋଇଥିଲା। ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଥିଲା।
ତିଗିରିଆ ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି । ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।