ଘରକୁ ପିଟିଲା କାର୍‌ ; ୪ସାଙ୍ଗ ମୃତ

ଗତକାଲି ବିଳମ୍ବିତ ରାତିରେ ବିବାହ ଭୋଜିରୁ ୪ଜଣ ସାଙ୍ଗ କାର୍‌ ଯୋଗେ ଘରକୁ ଫେରୁଥିଲେ।

Accident

ଘରକୁ ପିଟିଲା କାର୍

Tapaswini Nayak
  • Published: Saturday, 03 February 2024
  • , Updated: 03 February 2024, 08:33 AM IST

ଭାରସାମ୍ୟ ହରାଇ ଘରର କାନ୍ଥକୁ ପିଟିଲା କାର୍। ଦୁର୍ଘଟଣାରେ ୪ସାଙ୍ଗଙ୍କର ମୃତ୍ୟୁ ଘଟିଛି। କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ଗଦାଧରପୁର ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି।

ମୃତକମାନଙ୍କ ମଧ୍ୟରେ ଜଣଙ୍କ ଘର ବାଙ୍କି ହରିରାଜପୁରର ହୋଇଥିବା ବେଳେ ଜଣଙ୍କ ଘର ବାଙ୍କି ପାଳପୁଟର, ଜଣଙ୍କ ଘର ବଡମ୍ବା ଓ ଅନ୍ୟ ଜଣଙ୍କ ଘର ଖଜୁରିପଦା ଗାଁରେ ବୋଲି ଜଣାପଡିଛି। 

ଗତକାଲି ବିଳମ୍ବିତ ରାତିରେ ବିବାହ ଭୋଜିରୁ ୪ଜଣ ସାଙ୍ଗ କାର୍‌ ଯୋଗେ ଘରକୁ ଫେରୁଥିଲେ। କୋଇଲିକନ୍ୟା ଗାଁ ନିକଟରେ କାର୍‌ଟି ଭାରସାମ୍ୟ ହରାଇ କାନ୍ଥରେ ପିଟି ହୋଇଥିଲା। ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଥିଲା।

ତିଗିରିଆ ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି । ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି।

Related story