ବାଲେଶ୍ୱର ଜିଲ୍ଲା ଏନ୍ଏଚ୍ ୧୬ ରୁପ୍ସା ଛକ ନିକଟରେ ଆଜି ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସଟି ପିକ୍ଅପ୍ ଭ୍ୟାନକୁ ପଛରୁ ଧକ୍କା ଦେବା ଫଳରେ ଆମ୍ବୁଲାନ୍ସର ଡ୍ରାଇଭର ଓ ହେଲପର ସମେତ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଆଜି ସକାଳେ ଆମ୍ବୁଲାନ୍ସଟି ଭୋଗରାଇ ବ୍ଲକ ଅର୍ନ୍ତଗତ ରାଣୀବସନ୍ତପୁରରୁ ରୋଗୀଙ୍କୁ ନେଇ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଭିମୁଖେ ଯାଉଥିଲା। ଏହି ସମୟରେ ରୂପସା ନିକଟରେ ଆମ୍ବୁଲାନ୍ସଟି ପିକ୍ଅପ୍ ଭ୍ୟାନ୍କୁ ପଛରୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଆମ୍ବୁଲାନ୍ସର ଡ୍ରାଇଭର ଓ ହେଲପର ସମେତ ୪ ଜଣ ଆହତ ହୋଇଥିଲେ। ପୁଲିସ ଓ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ଉଦ୍ଧାର କରାଯାଇ ଅନ୍ୟ ଏକ ଆମ୍ବୁଲାନ୍ସରେ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। ଅନ୍ୟପକ୍ଷରେ ପିକ୍ଅପ୍ ଭ୍ୟାନ୍ ଡ୍ରାଇଭରର କିଛି ହୋଇନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବୋଇତ ବନ୍ଦାଣ ଉତ୍ସବ ବେଳେ ଅଘଟଣ, ମଝି ସମୁଦ୍ରରେ ଫସିଲା ଦୁଇ ବୋଟ୍
ସାଧବ ପୁଅଙ୍କୁ ନେଇ ସମୁଦ୍ରକୁ ଯାଇଥିବା ଦୁଇ ବୋଟ୍ ସମୁଦ୍ର ମଝିରେ ଫସି ରହିଛି। ଫଳରେ ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ପ୍ରାୟ ୫୦ରୁ ଅଧିକ ଲୋକ ମଝି ସମୁଦ୍ରରେ ଫସି ରହିଛନ୍ତି।
Accident
ସକାଳୁ ଫାଟିଲା ଗ୍ୟାସ୍ ସିଲିଣ୍ଡର, ୩ ଗୁରୁତର
ଗ୍ୟାସ୍ ସିଲିଣ୍ଡର ଫାଟି ୩ ଜଣ ଗୁରୁତର ହୋଇଛନ୍ତି। ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲ ଓ ଅନ୍ୟ ଜଣଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।
Accident
ଟ୍ରେନ୍ ଆଗକୁ ଡେଇଁ ପଡ଼ିଲେ ବ୍ୟାଙ୍କ କର୍ମଚାରୀ, ମିଳିଲା...
ଭଦ୍ରକ ଜିଲ୍ଲା କେନ୍ଦୁଆପଦା ରେଲୱେ ଷ୍ଟେସନ ଧାରଣାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଠାବ ହୋଇଛି।
Accident
କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ; ଡଙ୍ଗାରୁ କଏନ ସଂଗ୍ରହ କରୁ କରୁ ବୁଡ଼ିଗଲେ ନାବାଳିକା
ଭସା ଯାଇଥିବା ଡଙ୍ଗାରୁ କଏନ ସଂଗ୍ରହ କରିବାକୁ ଯାଇ ପାଣିରେ ବୁଡ଼ିଗଲେ ନାବାଳିକା। ମୃତା ନାବାଳିକାଙ୍କ ବୟସ ୧୨ ବର୍ଷ ହେବ ବୋଲି ଜଣାଯାଇଛି।