ତେଲେଙ୍ଗାନାର ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
କଳାହାଣ୍ଡି ସିନାପାଲିରୁ ୩୨ ଜଣ ଶ୍ରମିକଙ୍କୁ ନେଇ ଗତକାଲି ହାଇଦ୍ରାବାଦ ଅଭିମୁଖେ ବାହାରିଥିଲା ବସ୍ । ବସ୍ଟି ରାତି ପ୍ରାୟ ୩ଟା ସମୟରେ ସୂର୍ଯ୍ୟାପେଟ-ଖମାମ ରାସ୍ତା ଅତିକ୍ରମ କରୁଥିଲା। ଉକ୍ତ ସମୟରେ ରାସ୍ତା ଉପରେ ଏକ ଟ୍ରକ୍ ଛିଡ଼ା ହୋଇଥିବା ବେଳେ ଦ୍ରୁତଗାମୀ ବସ୍ଟି ତାହାକୁ ପଛ ପଟୁ ପିଟିଥିଲା। ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ବସ୍ ଡ୍ରାଇଭର, ୨ ମହିଳା ଶ୍ରମିକ ଓ ଜଣେ ପୁରୁଷ ଶ୍ରମିକ ଥିବା ଜଣାଯାଇଛି।
Also Read
ଏହି ଦୁର୍ଘଟଣାରେ ଆଉ କିଛି ଶ୍ରମିକ ଆହତ ହୋଇଥିବା ବେଳେ ସେମାନଙ୍କୁ ଚିକିତ୍ସା ନିମନ୍ତେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଥିସହ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।